ପହଲଗାମ ଆକ୍ରମଣ ପରେ ପାକିସ୍ତାନ ବିରୋଧରେ ଅତି କଠୋର ପଦକ୍ଷେପ ଗ୍ରହଣ କରିଛି । ଦୁଇ ଦେଶ ମଧ୍ୟରେ ନେହେରୁ ସରକାରଙ୍କ ସମୟରେ ସ୍ବାକ୍ଷରିତ ସିନ୍ଧୁଜଳ ଚୁକ୍ତିକୁ ରଦ୍ଦ କରାଯାଇଛି । ଏହା ସହିତ ଓ୍ବାଘା-ଅଟାରୀ ସୀମାକୁ ବନ୍ଦ କରିଦିଆଯାଇଛି ।
ସାର୍କ ଅଧୀନରେ ଭିସା ସୁବିଧା ମଧ୍ୟ ଉଚ୍ଛେଦ କରାଯାଇଛି। ଏହା ବ୍ୟତୀତ ସିନ୍ଧୁ ଜଳ ଚୁକ୍ତିନାମା ଅନୁଯାୟୀ ଭାରତ ପାକିସ୍ତାନକୁ ପାଣି ଯୋଗାଣ ବନ୍ଦ କରିଦେଇଛି। ଏହା ସହିତ, ଭାରତ ପାକିସ୍ତାନରୁ ଏହାର କୂଟନୀତିଜ୍ଞଙ୍କୁ ଫେରାଇ ନେଉଛି ଓ ପାକିସ୍ତାନୀ ଉଚ୍ଚାୟୁକ୍ତଙ୍କୁ ଭାରତ ଛାଡ଼ିବାକୁ ନିର୍ଦ୍ଦେଶ ଦିଆଯାଇଛି ।